ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସହରରେ ନୂଆ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫ଟି ହେଉଛି ଲୋକାଲ୍ କେସ୍। ଏଥିସହ ଭୁବନେଶ୍ୱରରେ ୪୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 21st July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/AcICXZC4PM— BMC (@bmcbbsr) July 21, 2020
ଭୁବନେଶ୍ୱରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨୫ ଜଣ ସୁସ୍ଥ ହୋଇ ସାରିଲେଣି। ୬୧୪ ଜଣ ଏବେ ଚିକିତ୍ସାଧୀନ ଥିବା ବେଳେ ଆଖି ବୁଜି ସାରିଲେଣି ୧୧।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୨,୯୦୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୧୫ ଜଣ ଚିକିତ୍ସାଧୀନ ଅଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।