ଭୟାବହ ଅଗ୍ନିକାଣ୍ଡ; ୨୧ ବଖରା ପାଉଁଶ

ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଳକ୍‌ ଅନ୍ତର୍ଗତ ମାଛପଡ଼ା ଗାଁରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ଟି ପରିବାରର ୨୧ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ନିଆଁରେ ଲୋକଙ୍କ ଧାନ, ଚାଉଳ, ବିରି, ମୁଗ ସହିତ ଆସବାବପତ୍ର ଓ ଟଙ୍କା ପଇସା ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀମାନେ ପ୍ରାୟ ୫ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ […]

pipile,,,

pipile,,,

Tapaswini Nayak
  • Published: Tuesday, 12 November 2019
  • Updated: 12 November 2019, 11:32 AM IST

ପିପିଲି (ଦ୍ୱିତୀକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଳକ୍‌ ଅନ୍ତର୍ଗତ ମାଛପଡ଼ା ଗାଁରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ଟି ପରିବାରର ୨୧ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ନିଆଁରେ ଲୋକଙ୍କ ଧାନ, ଚାଉଳ, ବିରି, ମୁଗ ସହିତ ଆସବାବପତ୍ର ଓ ଟଙ୍କା ପଇସା ଜଳି ପାଉଁଶ ହୋଇଯାଇଛି।

ଅଗ୍ନିଶମ କର୍ମଚାରୀମାନେ ପ୍ରାୟ ୫ଘଣ୍ଟା ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଗ୍ରାମବାସୀମାନେ ଡେଲାଙ୍ଗ ଥାନାରେ ଅଭିଯୋଗ କରିଛନ୍ତି। ଏହା ପରେ ପୁଲିସ୍‌ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos