ସାରା ରାଜ୍ୟରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧ ଦିବସ ପାଳିତ

Ordigital Desk
  • Published: Tuesday, 17 April 2018
  • , Updated: 17 April 2018, 02:30 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧ ଦିବସ। ଏନେଇ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ଚାରଣ କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଯାଇ ସ୍ୱର୍ଗଦ୍ୱାରରେ ଥିବା ବିଜୁ ସ୍ମୃତି ପୀଠରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମାଲ୍ୟାର୍ପଣ କରିଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ବିଜୁ ଫରେଷ୍ଟ ପାର୍କ ଯାଇ ସେଠାରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।</p> <p>ସୋନପୁରରେ ମଧ୍ୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। ଏଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପରେ ଜିଲ୍ଲା ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।ଏଥିରେ ବିରମହାରାଜପୁର ବିଧାୟକ ପଦ୍ମନାଭ ବେହେରାଙ୍କ ସହ ବହୁ ସଂଖ୍ୟାରେ ଦଳର ନେତା ଓ କର୍ମୀ ସାମିଲ ହୋଇଥିଲେ। ରାଉରକେଲାରେ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି। ୨ ନମ୍ବର ସେକ୍ଟରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଏଥିରେ ରଘୁନାଥପାଲି ବିଜେଡି ସଭାପତି ସୁଧୀର ସୁନ୍ଦରାୟଙ୍କ ସହ ବହୁ କର୍ମୀ ସାମିଲ ହୋଇଥିଲେ।</p>

Related story