Advertisment

ରାଜ୍ୟରେ ୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରୁ ଆଜି ପୁଣି ବାହାରିଛନ୍ତି ନୂଆ କରୋନା ଆକ୍ରାନ୍ତ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୨ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ନୂଆ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ୍‌ କରି ସୂଚନା […]

ଅଦ୍ୟତନ ହୋଇଛି
ରାଜ୍ୟରେ ୨୨୨ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

2-corona-22

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରୁ ଆଜି ପୁଣି ବାହାରିଛନ୍ତି ନୂଆ କରୋନା ଆକ୍ରାନ୍ତ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୨ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ନୂଆ ମାମଲା ସାମ୍ନାକୁ ଆସିଛି। ସେଥିମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି।

Advertisment

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଜଣେ ପ୍ରାଣ ହରାଇଛନ୍ତି। ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାରୁ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ୨୮, ବାଲେଶ୍ୱର ଜିଲ୍ଲାରୁ ୭, ବରଗଡ଼ ଜିଲ୍ଲାରୁ ୨୨, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ ଜିଲ୍ଲାରୁ ୮, ଦେବଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯, ଝାରସୁଗୁଡ଼ା ଜିଲ୍ଲାରୁ ୨୩, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୧୨, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬, ନୟାଗଡ଼ ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୫, ସମ୍ବଲପୁର ଜିଲ୍ଲାରୁ ୨୧, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ ଓ ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ଅଛନ୍ତି ।

Advertisment

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୨୧୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୯୬ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe