Advertisment

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ହଜାର ଟପିଲା, କେବଳ ସୁନ୍ଦରଗଡ଼ରୁ ୪୫୮ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟକୁ କରୋନା ପୁଣି ଫେରିବା ପରେ ଆଜି ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୨ ହଜାର ଅତିକ୍ରମ କରିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୫୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ […]

author-image
Jitendra Garnayak
ଅଦ୍ୟତନ ହୋଇଛି
ରାଜ୍ୟରେ ପୁଣି ୬ ହଜାର ଡେଇଁଲା ଦୈନିକ ସଂକ୍ରମଣ

Corona

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟକୁ କରୋନା ପୁଣି ଫେରିବା ପରେ ଆଜି ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୨ ହଜାର ଅତିକ୍ରମ କରିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୫୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି।

Advertisment

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮, ବରଗଡ଼ରୁ ୧୨୦, କଟକରୁ ୧୧୭, ନବରଙ୍ଗପୁରରୁ ୧୦୪, ନୂଆପଡ଼ାରୁ ୧୦୪ ଓ ସମ୍ବଲପୁରରୁ ୧୨୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୭, ଭଦ୍ରକରୁ ୨୮, ବଲାଙ୍ଗିରର ୯୩, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୫, ଗଜପତିରୁ ୩୧, ଗଞ୍ଜାମରୁ ୭୦, ଜଗତସିଂହପୁରରୁ ୩୫, ଯାଜପୁରରୁ ୫୨, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୩୪, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୫୫, କୋରାପୁଟରୁ ୧୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୬୦, ନୟାଗଡ଼ରୁ ୧୯, ପୁରୀରୁ ୭୦, ରାୟଗଡ଼ାରୁ ୨୭ ଓ ସୋନପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୮୧ ଜଣ ଚିହ୍ନଟ ହୋଇଛନ୍ତି।

Advertisment

୨୨୬୭ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୪୧,୧୨୩ ଜଣ ସୁସ୍ଥ ହୋଇସାରିଲେଣି। ୧୨,୨୪୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୧୯୩୩ରେ ପହଞ୍ଚିଯାଇଛି।

ଗତ ୨୪ ଘଣ୍ଟାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୦ରେ ପହଞ୍ଚିଥିବା ବେଳେ ବଲାଙ୍ଗୀରରେ ୪୫ ଓ ଯାଜପୁରରେ ୨୬ ହୋଇଛି।

ଗତ ଦୁଇ ଦିନ ଧରି ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଶହ ଉପରେ ରହିଥିଲା। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୮୪ ହଜାର ୩୭୨ ଜଣ ନୂଆ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୧,୦୨୭ ଜଣଙ୍କ ମୃତ୍ୟୁ ଘଟିଛି।