ଖୋର୍ଦ୍ଧା(ବଳରାମ ଲେଙ୍କା): ବନ୍ଧୁକ ଦେଖାଇ ୨୩ ଲକ୍ଷ ଟଙ୍କା ଲୁଟିନେଲେ ୪ ଦୁର୍ବୃତ୍ତ। ଏପରି ଘଟଣା ଖୋର୍ଦ୍ଧା ଟାଉନ୍ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଏଲ୍ଆଇସି ବୀମା ଟଙ୍କା (୨୩ ଲକ୍ଷ) ବ୍ୟାଙ୍କରେ ଜମା କରିବା ପାଇଁ ଏକ ଘରୋଇ ସଂସ୍ଥାର ଜଣେ କର୍ମଚାରୀ ବାଇକ୍ରେ ନେଇ ଯାଇଥିଲେ। ତେବେ ଖୋର୍ଦ୍ଧା ସାଇ ମନ୍ଦିର ନିକଟରେ ୪ ଜଣ ଦୁର୍ବୃତ୍ତ ତାଙ୍କ ବାଇକକୁ ଅଟକାଇଲେ। ପରେ ବନ୍ଧୁକ ଦେଖାଇ ୨୩ ଲକ୍ଷ ଟଙ୍କା ଲୁଟି ନେଇ ଯାଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ତନାଘନା ଆରମ୍ଭ କରିଛି। ପୁଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି।
ତେବେ ପୁଲିସର ସନ୍ଦେହ ଆଖି ଏବେ ଟଙ୍କା ଜମା କରିବାକୁ ନେଉଥିବା ବ୍ୟକ୍ତିଙ୍କ ଉପରେ ରହିଛି। ଦିନ ୧୧ଟାରେ ଲୁଟ୍ ହୋଇଥିବା ବେଳେ ଅପରାହ୍ନ ୩ଟାରେ ଥାନାରେ କାହିଁକି ଅଭିଯୋଗ କରାଯାଉଛି? ପୁଲିସ ଏବେ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।