Advertisment

୨୪ ଘଣ୍ଟାରେ ବଦଳିବ ପାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଣି ପାଗରେ ପରିବର୍ତ୍ତନ ଆସିବ। ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଅଧିକ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବିଶେଷକରି ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିବା ସହ ୨୭ ତାରିଖ ପର୍ଯ୍ୟନ୍ତ ଏହିଭଳି […]

author-image
Rakesh Mallick
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ବଦଳିବ ପାଗ

Monsoon-cloud-on-bbsr-sky

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଣି ପାଗରେ ପରିବର୍ତ୍ତନ ଆସିବ। ତାତିରୁ ମିଳିବ ଆଶ୍ୱସ୍ତି । ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଅଧିକ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Advertisment

ବିଶେଷକରି ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ଏହାର ପ୍ରଭାବ ଅଧିକ ରହିବା ସହ ୨୭ ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ ଲାଗି ରହିବ। ଏହି ସମୟରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବାର ସମ୍ଭାବନା ରହିଛି। ଉତ୍ତର ପଶ୍ଚିମ ଦିଗରୁ ଆସୁଥିବା ଗରମ ପବନ ସହ ମେଘମୁକ୍ତ ଆକାଶ ପାଇଁ ଗତ କିଛିଦିନ ହେବ ରାଜଧାନୀ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇଥିଲା।

ତେବେ ପଶ୍ଚିବବଙ୍ଗ ଏବଂ ସିକିମ୍ ଉପରେ ଘୁର୍ଣ୍ଣିବଳୟ ସାଙ୍ଗକୁ ତେଲେଙ୍ଗାନା ପର୍ଯ୍ୟନ୍ତ ଏକ ଟ୍ରାପଲାଇନ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୪ ଘଣ୍ଟାମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଶରତ ଚନ୍ଦ୍ର ସାହୁ କହିଛନ୍ତି।

Advertisment