ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦେଶବ୍ୟାପୀ ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ୍ ଧର୍ମଘଟ ଡାକରା ଦେଇଛି। କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ମୋଟର ଭେଇକିଲ୍ ଆକ୍ଟ ୧୯୮୮ର ସଂଶୋଧନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ଫଳରେ ଦେଶବ୍ୟାପୀ ମାଲ ଓ କେତେକ ସ୍ଥାନରେ ଯାତ୍ରୀ ପରିବହନ ସେବା ମଧ୍ୟ ବାଧାପ୍ରାପ୍ତ ହେବା ଆଶଙ୍କା କରାଯାଉଛି।
ପରିବହନ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟକୁ ଅଲ୍ ଓଡ଼ିଶା ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ ସମର୍ଥନ କରିଛି। ସେହିଭଳି ନିଖିଳ ଓଡ଼ିଶା ଟାକ୍ସି-ଅଟୋ ମହାସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ତେବେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଏହି ଆନ୍ଦୋଳନରେ ସାମିଲ ହେବା ନେଇ କୌଣିସ ନିଷ୍ପତ୍ତି ନେଇ ନାହିଁ। ଯଦି ସଂଘ ଧର୍ମଘଟରେ ସାମିଲ ନହୁଏ ତେବେ ରାଜ୍ୟରେ ଘରୋଇ ବସ୍ ଚଳାଚଳ ସ୍ୱାଭାବିକ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।