୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ବର୍ଷା ପରେ ପୁଣି ଥରେ ଶୀତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେପେଟେ ରାଜ୍ୟର କେତେକ ସ୍ଥାନରେ ଶୀତର […]

rain

Rakesh Mallick
  • Published: Tuesday, 10 January 2017
  • , Updated: 10 January 2017, 07:26 PM IST

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୋଳ, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ବର୍ଷା ପରେ ପୁଣି ଥରେ ଶୀତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେପେଟେ ରାଜ୍ୟର କେତେକ ସ୍ଥାନରେ ଶୀତର ପ୍ରକୋପ ସାମାନ୍ୟ କମିଛି। ଦକ୍ଷିଣ-ପୂର୍ବ ଦିଗରୁ ବାୟୁ ପ୍ରବାହ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଅନୁଭୂତ ହେଉଥିବା ବେଳେ ସନ୍ଧ୍ୟାରେ ଶୀତ ଅନୁଭୂତ ହେଉଛି।

Related story