ଆରୋଗ୍ୟ ହେଲେ ୨୪୩ ‘କରୋନା’ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୨୪୩ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୫୧୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୪୧, ଖୋର୍ଦ୍ଧାରୁ ୩୮, କନ୍ଧମାଳରୁ ୧୭, ଝାରସୁଗୁଡ଼ାରୁ ୧୫, ସୁନ୍ଦରଗଡ଼ରୁ ୧୦; ଭଦ୍ରକ, ଯାଜପୁର ଓ […]

coronavirus-in-india

Manoranjan Sial
  • Published: Tuesday, 30 June 2020
  • , Updated: 30 June 2020, 06:39 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୨୪୩ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୫୧୮୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୫୯ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୪୧, ଖୋର୍ଦ୍ଧାରୁ ୩୮, କନ୍ଧମାଳରୁ ୧୭, ଝାରସୁଗୁଡ଼ାରୁ ୧୫, ସୁନ୍ଦରଗଡ଼ରୁ ୧୦; ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଲେଖାଏଁ ଅଛନ୍ତି। ସେହିପରି କୋରାପୁଟରୁ ୭, ଜଗତସିଂହପୁରରୁ ୫; ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ; କଟକ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ; ବାଲେଶ୍ୱରରୁ ୨, କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୭୦୬୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮୪୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୭ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି।

Related story