ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଦେଇ ଯାଇଥିବା ମନସୁନ୍ ଟ୍ରଫ୍ ଲାଇନ୍ ଯୋଗୁ ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଏହି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ମଡେ଼ଲ୍ ଅନୁଯାୟୀ ଆସନ୍ତା ୨୪ ତାରିଖ ପରେ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବାର ପୂର୍ବାନୁମାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍ ମୌସୁମୀ ବର୍ଷା ହୋଇଛି। ଜଗତସିଂହପୁର ଜିଲ୍ଲାରେ ସବୁଠାରୁ କମ୍ ଓ ମାଲକାନଗିରି ଜିଲାରେ ସବୁଠାରୁ ଅଧିକ ବର୍ଷା ହୋଇଛି। ଗତକାଲି ମୟୂରଭଞ୍ଜର ବେତନଟୀଠାରେ ସର୍ବାଧିକ ୧୫୧ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରିଛି ପାଣିପାଗ ବିଭାଗ। ତେବେ ଏଲ୍-ନିନୋର ପ୍ରଭାବରେ ଚଳିତ ମାସରେ ବର୍ତ୍ତମାନ ସୁଦ୍ଧା ଯେଭଳି ଭାବେ ବର୍ଷା ହେବା କଥା ହୋଇନାହିଁ। ପରିଣାମ ସ୍ୱରୂପ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୫ ପ୍ରତିଶତ କମ୍ ବର୍ଷା ହୋଇଛି। ଜୁଲାଇ ୨୦ ସୁଦ୍ଧା ୪୨୬ ମିଲିମିଟର ମୌସୁମୀ ବର୍ଷା ହେବା ବଦଳରେ ହୋଇଛି ୪୦୫ ମିଲିମିଟର ବର୍ଷା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।
Events & Festivals
ଆଜିଠୁ ପ୍ରବାସୀ ଭାରତୀୟ ସମ୍ମେଳନ, ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମଇଦାନ
ଆଜି ଯୁବ ସମାବେଶରୁ ଆରମ୍ଭ ହେବ ୩ ଦିନିଆ ସମ୍ମିଳନୀ। ଯାହାକୁ ସମ୍ବୋଧନ କରିବେ ବୈଦେଶିକ ବ୍ୟାପାର ଏବଂ ଯୁବ ବ୍ୟାପାର ମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ।
Events & Festivals
ମୁଖ୍ୟମନ୍ତ୍ରୀଙ୍କ ଅପିଲ: ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରନ୍ତୁ, ଶ୍ରେଷ୍ଠ ଅନୁଭୂତି ଦିଅନ୍ତୁ
ଆଜି ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ସଚିବ ମନୋଜ ଆହୁଜା ଓ କେନ୍ଦ୍ର ବୈଦେଶିକ ବ୍ୟାପାର ସଚିବ ଅରୁଣ କୁମାର ଚାଟାର୍ଜୀ କହିଛନ୍ତି ଯେ, ଯୁବ ସମାବେଶରୁ ୩ଦିନିଆ ପ୍ରବାସୀ ଭାରତୀୟ ଦିବସ ସମାରୋହ ଆରମ୍ଭ ହେବ । ଭାରତ ସରକାରଙ୍କ ପୂର୍ବୋଦୟ ବିକାଶ ଯୋଜନା ଅନୁସାରେ ଏଥର ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ୧୮ତମ ସଂସ୍କରଣ ଆୟୋଜନ କରାଯାଇଛି ।