ଓଲଟି ପଡ଼ିଲା କଣ୍ଟେନର; ଚାଲିଗଲା ୨୫ଟି ଗୋରୁଙ୍କ ଜୀବନ

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଲାଲପୁର ନିକଟରେ ୬୦ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ଗୋରୁ ବୋଝେଇ କଣ୍ଟେନର ଓଲଟି ପଡ଼ିବାରୁ ୨୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏଥିରେ ୩୫ରୁ ଅଧିକ ଗୋରୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିଲେ। ସୂଚନା ଅନୁଯାୟୀ, ଏହି ଗୋରୁଗୁଡ଼ିକୁ ପଶ୍ଚିମବଙ୍ଗକୁ ଚାଲାଣ କରାଯାଉଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି […]

jalaswer.

jalaswer.

Tapaswini Nayak
  • Published: Monday, 15 July 2019
  • Updated: 15 July 2019, 10:20 AM IST

Sports

Latest News

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅଲାଲପୁର ନିକଟରେ ୬୦ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ଗୋରୁ ବୋଝେଇ କଣ୍ଟେନର ଓଲଟି ପଡ଼ିବାରୁ ୨୫ଟି ଗୋରୁଙ୍କର ମୃତ୍ୟୁ ଘଟିଛି। ଏଥିରେ ୩୫ରୁ ଅଧିକ ଗୋରୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିଲେ। ସୂଚନା ଅନୁଯାୟୀ, ଏହି ଗୋରୁଗୁଡ଼ିକୁ ପଶ୍ଚିମବଙ୍ଗକୁ ଚାଲାଣ କରାଯାଉଥିଲା।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos