ବୌଦ୍ଧ (ଦୀପକ ଅଦର): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମଣିପୁର ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ମଧ୍ୟାହ୍ଣ ଭୋଜନ ଖାଇ ୨୫ ଜଣ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପ୍ରଥମେ ଅସୁସ୍ଥ ହୋଇଥିବା ସମସ୍ତ ୨୫ ଛାତ୍ରୀଙ୍କୁ ହଷ୍ଟେଲରେ ଔଷଧ ଦିଆଯାଇଥିଲା। ଔଷଧ ଖାଇବା ପରେ ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥାରେ ସୁଧାର ଆସିଥିଲା। ଅନ୍ୟପକ୍ଷରେ ବାକି ୧୦ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସି ନଥିଲା। ଏହା ପରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିଆଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଘଟଣା ସଂପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କିଛି କହୁ ନାହାନ୍ତି। ଗଣମାଧ୍ୟମରେ ପ୍ରତିକ୍ରିୟା ଦେବାକୁ ସେମାନେ ସିଧାସଳଖ ମନା କରି ଦେଇଛନ୍ତି। ତେଣୁ କେବଳ ୨୫ ଜଣ ଛାତ୍ରୀ ଅସୁସ୍ଥ ହୋଇଛନ୍ତି ନା ଆହୁରି ଅଧିକ ଛାତ୍ରୀ ଅସୁସ୍ଥ ହୋଇଛନ୍ତି, ସେ ନେଇ ବି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।