ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୨୫ରୁ ୨୩ ଲୋକାଲ୍ କେସ୍ ହୋଇଥିବା ବେଳେ ୨ ଜଣ ହୋମ୍ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 29th Jun 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/RCQIud2HHK— BMC (@bmcbbsr) June 29, 2020
୨୩ ଲୋକାଲ୍ କେସ୍ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ୫ ଚିହ୍ନଟ ହୋଇଥିବା ବେଳେ, ସାମନ୍ତରାପୁରରୁ ୨ ଜଣ, ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଚକେଇସିଆଣି ମଞ୍ଚନାଥ ହାଇସ୍କୁଲ ନିକଟରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ କ୍ୱାରେଣ୍ଟାଇନ୍ ସେଣ୍ଟର କର୍ମଚାରୀ ବୋଲି ଜଣାଯାଇଛି।
ଏହାବ୍ୟତୀତ ରାଜଧାନୀରେ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣ ଏକ ଘରୋଇ ହସ୍ପିଟାଲ କର୍ମଚାରୀ ହୋଇଥିବା ବେଳେ ଜଣେ ୪୩ ବର୍ଷୀୟ ରେଲୱେ ଷ୍ଟାଫ ଓ ଅନ୍ୟ ଜଣେ ଭିଏସ୍ଏସ୍ ନଗରର ୫୫ ବର୍ଷୀୟ ବ୍ୟକ୍ତି ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭୪ଜଣ ସୁସ୍ଥ ହୋଇଥିବାବେଳେ ୧୩୫ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି।