୨୮ ଛାତ୍ରଛାତ୍ରୀଙ୍କ ନାମଲେଖା ରଦ୍ଦ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହଙ୍ଗା ପଡ଼ିଲା ଜାଲ୍ ପ୍ରମାଣପତ୍ର ଦେଇ ଆଡମିଶନ୍ । ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜାଲ୍ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିବା ୨୮ ଜଣ ଛାତ୍ରଛାତ୍ରୀଙ୍କ ନାମଲେଖାକୁ ରଦ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ନାମଲେଖାକୁ ରଦ୍ଦ କରିବା ପାଇଁ ବିଭାଗର ଉପ ନିର୍ଦ୍ଦେଶକ ଓକାକ୍ ସାଧାରଣ ପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି । ୨୦୧୯-୨୦ ଶିକ୍ଷା ବର୍ଷରେ ନାମ ଲେଖାଇଥିବା […]

college

Niharika Rout
  • Published: Wednesday, 23 February 2022
  • , Updated: 23 February 2022, 09:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହଙ୍ଗା ପଡ଼ିଲା ଜାଲ୍ ପ୍ରମାଣପତ୍ର ଦେଇ ଆଡମିଶନ୍ । ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜାଲ୍ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିବା ୨୮ ଜଣ ଛାତ୍ରଛାତ୍ରୀଙ୍କ ନାମଲେଖାକୁ ରଦ୍ଦ କରିଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ନାମଲେଖାକୁ ରଦ୍ଦ କରିବା ପାଇଁ ବିଭାଗର ଉପ ନିର୍ଦ୍ଦେଶକ ଓକାକ୍ ସାଧାରଣ ପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି ।

୨୦୧୯-୨୦ ଶିକ୍ଷା ବର୍ଷରେ ନାମ ଲେଖାଇଥିବା କଳା ବିଭାଗର ଦୁଇ ଛାତ୍ରଙ୍କ ନାମ ରଦ୍ଦ ହୋଇଥିବାବେଳେ ୨୦୨୦-୨୧ ବର୍ଷର କଳା ଓ ବିଜ୍ଞାନ ବିଭାଗର ୯ ଜଣ ଛାତ୍ରଛାତ୍ରୀଙ୍କ ଆଡମିଶନକୁ ରଦ୍ଦ କରାଯାଇଛି ।

ତା’ସହ ଚଳିତ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ୧୭ ଜଣ କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ନାମଲେଖା ରଦ୍ଦ କରିଛି ବିଭାଗ । ଜାଲ୍ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିବା ୨୮ ଜଣ ଛାତ୍ରଛାତ୍ରୀଙ୍କ ତାଲିକା ମଧ୍ୟ ବିଭାଗ ଓକାକକୁ ପଠାଇଛି । ସମ୍ପୃକ୍ତ ଛାତ୍ରଛାତ୍ରୀଙ୍କ ସମ୍ପର୍କରେ ବିଭାଗ ଭଦ୍ରକ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଅବଗତ କରିଛି ।

Related story