ରାଜ୍ୟରେ ୨୮୭୦ ନୂଆ ଆକ୍ରାନ୍ତ ଚିହ୍ନଟ, ଆଉ ୪୨ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୧୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୮୪, ବାଲେଶ୍ୱରରୁ ୨୪୦, ଯାଜପୁରରୁ ୧୯୧, ପୁରୀରୁ ୧୬୫, ମୟୂରଭଞ୍ଜରୁ ୧୬୪, କେନ୍ଦ୍ରାପଡ଼ାରୁ ୧୫୭, […]

Corona

Corona

Jitendra Garnayak
  • Published: Sunday, 04 July 2021
  • Updated: 04 July 2021, 02:38 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୮୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୫୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୧୮ଟି ହେଉଛି ଲୋକାଲ୍ କେସ୍‌। ସେହିପରି ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୪୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୮୪, ବାଲେଶ୍ୱରରୁ ୨୪୦, ଯାଜପୁରରୁ ୧୯୧, ପୁରୀରୁ ୧୬୫, ମୟୂରଭଞ୍ଜରୁ ୧୬୪, କେନ୍ଦ୍ରାପଡ଼ାରୁ ୧୫୭, ଜଗତସିଂହପୁରରୁ ୧୧୨, ନୟାଗଡ଼ରୁ ୧୦୫ ଓ ଭଦ୍ରକ ଜିଲ୍ଲାରୁ ୧୨୮ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ବଲାଙ୍ଗିରରୁ ୨୯, ବୌଦ୍ଧରୁ ୧୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୮୫, ଗଜପତିରୁ ୭, ଗଞ୍ଜାମରୁ ୧୧, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୩୬, କନ୍ଧମାଳରୁ ୨୫, କେନ୍ଦୁଝରରୁ ୬୬, କୋରାପୁଟରୁ ୬୦, ମାଲକାନଗିରିରୁ ୫୭, ନବରଙ୍ଗପୁରରୁ ୩୫, ନୂଆପଡ଼ାରୁ ୭, ରାୟଗଡ଼ାରୁ ୫୦, ସମ୍ବଲପୁରରୁ ୨୩, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୮୭ ଓ ଷ୍ଟେଟ୍‌ ପୁଲ୍‌ରୁ ୬୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୪୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫, ସୁନ୍ଦରଗଡ଼ରୁ ୪, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ପୁରୀ ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୧୫୨, ସୁନ୍ଦରଗଡ଼ରେ ୩୬୭, ଅନୁଗୋଳରେ ୧୮୨, ଢେଙ୍କାନାଳରେ ୭୪, ଗଞ୍ଜାମରେ ୩୪୮, ଜଗତସିଂହପୁରରେ ୭୭୭, ଯାଜପୁରରେ ୪୪, ଝାରସୁଗୁଡ଼ାରେ ୧୨୮, କଳାହାଣ୍ଡିରେ ୧୭୪, କେନ୍ଦୁଝରରେ ୭୪, ନୟାଗଡ଼ରେ ୧୦୭, ପୁରୀରେ ୨୪୨ ଓ ସମ୍ବଲପୁର ଜିଲ୍ଲାରେ ୧୩୦କୁ ବୃଦ୍ଧି ପାଇଛି।

୨୮୭୦ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୧ ହଜାର ୮୯୬ ହୋଇଯାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୮୭ ହଜାର ୪୨୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩୦ ହଜାର ୨୨୭ ଜଣ ଏବେ ଚିକିତ୍ସାଧୀନ ଥିବା ବେଳେ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos