ରାଜ୍ୟରେ ବ୍ଲକ୍ ଫଙ୍ଗସ ନେଲାଣି ୨୯ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବ୍ଲାକ୍‌ ଫଙ୍ଗସରେ ୨୯ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି, ରାଜ୍ୟରେ ଏଯାବତ୍‌ ୨୧୨ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୯ ଜଣ ଏବେ ଡାକ୍ତରାଖାନାରେ ଅଛନ୍ତି। ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଟିକାକରଣ ଗତକାଲି ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ […]

Black Fungus

Jitendra Garnayak
  • Published: Tuesday, 21 September 2021
  • , Updated: 21 September 2021, 01:52 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବ୍ଲାକ୍‌ ଫଙ୍ଗସରେ ୨୯ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି, ରାଜ୍ୟରେ ଏଯାବତ୍‌ ୨୧୨ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୯ ଜଣ ଏବେ ଡାକ୍ତରାଖାନାରେ ଅଛନ୍ତି।

ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଟିକାକରଣ
ଗତକାଲି ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ ହୋଇଛି। ଜାନୁଆରୀ ୧୬ରୁ ଟିକାକରଣ ଆରମ୍ଭ ହୋଇଥିବା ବେଳେ କେବଳ ଗତକାଲି ୪ ଲକ୍ଷ ୧୬ ହଜାର ଡୋଜ୍ ଟିକା ଦିଆଯାଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ କୋଟି ୮୦ ଲକ୍ଷ ଟିକାକରଣ କରାଯାଇଛି। ଏହା ଭିତରୁ ୬୬ ପ୍ରତିଶତ ପ୍ରଥମ ଡୋଜ ନେଇଛନ୍ତି। ପ୍ରଥମ ଡୋଜ ନେବା ପରେ ଦ୍ୱିତୀୟ ଡୋଜ ପାଇଁ ବାକି ଥିବା ଲୋକମାନଙ୍କ ମଧ୍ୟରୁ ୭୨ ପ୍ରତିଶତ ଟିକା ନେଇଛନ୍ତି। ୨୨ ଲକ୍ଷ ଟିକା ବର୍ତ୍ତମାନ ଆମ ପାଖରେ ମହଜୁଦ ରହିଛି।

ଶ୍ରୀ ପାଣିଗ୍ରାହୀ ଆହୁରି କହିଛନ୍ତି, ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟରେ ପ୍ରଥମ ଡୋଜ ଟିକା ଶେଷ କରିବାକୁ ଚେଷ୍ଟା କରୁଛୁ। ଦ୍ୱିତୀୟ ଡୋଜ ଏହାର ତିନି ମାସ ପରେ ଶେଷ ହେବ ବୋଲି ଆଶା ରଖିଛୁ।

Related story