ଯାଜପୁର (ଗୁଲାମ ଗସ୍): ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ଗୋପାଳପୁର ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ପଛରେ ଏକ କାର୍ ପିଟି ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି।
ମୃତକ ଦ୍ୱୟ ହେଲେ ବିଶ୍ୱଜିତ୍ ମାଇଟି (୩୩) ବର୍ଷ ଓ ଦିତପ୍ରଭା ପଣ୍ଡା (୩୦) ବର୍ଷ। ଆହତମାନଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମକର ସଂକ୍ରାନ୍ତି ଅବସରରେ ଆଜି ସକାଳେ ୭ ଜଣ ସାଙ୍ଗ ମା’ ତାରିଣୀଙ୍କ ଦର୍ଶନ କରିବା ପାଇଁ ଏକ କାର୍ ଯୋଗେ ଜଗତସିଂହପୁରରୁ କେନ୍ଦୁଝରର ଘଟଗାଁ ଅଭିମୁଖେ ବାହାରିଥିଲେ। ଗୋପାଳପୁର ନିକଟରେ ସେମାନଙ୍କ କାର୍ ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରେଲର ପଛରେ ପିଟି ହୋଇଥିଲା।
କୁଆଖିଆ ପୁଲିସ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟି ଥାଇପାରେ ବୋଲି ସନ୍ଦେହ କରଯାଉଛି। ଦୁର୍ଘଟଣାରେ କାର୍ଟି ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।