ଯୋଡ଼ା (ଓଡ଼ିଶା ରିପୋର୍ଟର): ଅଫିସ୍ରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ ଦୁଇ ଲକ୍ଷରୁ ଅଧିକ ଟଙ୍କା। ଆଜି ଏପରି ଘଟଣା କେନ୍ଦୁଝର ଜିଲ୍ଲା ବଡ଼ବିଲ୍ ଅଞ୍ଚଳରେ ଘଟିଛି। ଏନେଇ ଅଭିଭଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଦୁର୍ବୃତ୍ତଙ୍କ ପତ୍ତା ପାଇନି ପୁଲିସ୍।
୩ ଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ବଡ଼ବିଲ ଠାକୁରାଣୀ ସ୍ଥିତ ମିତ୍ତଲ ଖଣିର ପରିବହନ ଠିକାସଂସ୍ଥାକୁ ଯାଇଥିଲେ। ସେମାନେ ଅଫିସ୍ ଭିତରେ ପଶି ପ୍ରଥମେ ଠିକା ସଂସ୍ଥାର କର୍ମଚାରୀଙ୍କୁ ଭୟଭୀତ କରାଇଥିଲେ। ପରେ ଜଣେ କର୍ମଚାରୀଙ୍କ ପେଟରେ ବନ୍ଧ ଲଗାଇ ଅଟକ ରଖିଲେ। ଅନ୍ୟ ଦୁଇ ଦୁର୍ବୃତ୍ତ ୨ ଲକ୍ଷ ୭୦ ହଜାର ଟଙ୍କା ଧରି ଚମ୍ପଟ ମାରିଥିଲେ। ଅଫିସ୍ରୁ ବାହାରିଲା ବେଳେ ଦୁର୍ବୃତ୍ତମାନେ ଫାଙ୍କା ଗୁଳି ଚାଳନା କରିଥିଲେ।
ଠିକା ସଂସ୍ଥାରୁ ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଦୁର୍ବୃତ୍ତମାନେ ହୀନ୍ଦି ଓ ଆଦିବାସୀ ଭାଷାରେ କଥାବାର୍ତ୍ତା ହେଉଥିବାରୁ ଝାଡଖଣ୍ଡ ରାଜ୍ୟର ହୋଇଥିବା ପୁଲିସ ଅନୁମାନ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।