ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜେଡିର ୩ ପ୍ରାର୍ଥୀ ପ୍ରଶାନ୍ତ ନନ୍ଦ, ସୌମ୍ୟରଞ୍ଜନ ପଟ୍ଟନାୟକ ଓ ଅଚ୍ୟୁତ ସାମନ୍ତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରଥମେ ପ୍ରଶାନ୍ତ ନନ୍ଦ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ସେହିପରି ପ୍ରଶାନ୍ତ ନନ୍ଦଙ୍କ ପରେ ନିକଟରେ ବିଜେଡିରେ ଯୋଗ ଦେଇ ଥିବା ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଶେଷରେ ସମାଜସେବୀ ଅଚ୍ୟୁତ ସାମନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିଲେ।</p> <p>ସୂଚନାଯୋଗ୍ୟ, ଦୁଇ ଦିନ ତଳେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।