ସୋର (ଓଡ଼ିଶା ରିପୋର୍ଟର): ଷଣ୍ଢ ଉପରେ ମାଡ଼ିଗଲା ପଥର ବୋଝେଇ ଟ୍ରକ୍। ଫଳରେ ଘଟଣାସ୍ଥଳରେ ହିଁ ୩ ଷଣ୍ଢଙ୍କର ମୃତ୍ୟୁ ହୋଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ବାଗୁଡି ଅଞ୍ଚଳରେ।
ସ୍ଥାନୀୟ ପଥର ଖାଦାନରୁ ପ୍ରତିଦିନ ଶହ ଶହ ଟ୍ରକ ଯାତାୟତ କରନ୍ତି। ଆଜି ସକାଳେ ଏକ ପଥର ବୋଝେଇ ଟ୍ରକ ଭାରସାମ୍ୟ ହରାଇ ବସିଥିଲା, ଯାହା ଫଳରେ ଟ୍ରକଟି ରାସ୍ତା ପାର୍ଶ୍ଵରେ ଶୋଇଥିବା ୩ଟି ଷଣ୍ଢ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ୩ଟି ଯାକ ଷଣ୍ଢଙ୍କର ମୃତ୍ୟୁ ହୋଇଥିଲା।
ଏହା ପରେ ସ୍ଥାନୀୟ ଲୋକ ଟ୍ରକଟିକୁ ଅଟକାଇବା ସହ ରାସ୍ତା ରୋକ କରିବା ସହ ପ୍ରବଳ ଉତ୍ତେଜନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।