ଉମରକୋଟ(କାର୍ତ୍ତିକ ମଲ୍ଲିକ): ବୁଲାଣି ବୁଲିବା ସମୟରେ ଗଛରେ ପିଟି ହୋଇଗଲା ଦ୍ରୁତ ଗତିରେ ଯାଉଥିବା କାର୍। ଫଳରେ କାର୍ରେ ଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ ଘଟିଛି। ମୃତକ ୩ ଜଣ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍ ।
ଗତକାଲି ବିଳମ୍ବିତ ରାତିରେ କାର୍ଟି ଉମରକୋଟଠାରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। ଏହି ସମୟରେ କାର୍ରେ ୫ ଜଣ ଥିଲେ। ଦ୍ରୁତ ଗତିରେ ଥିବା କାର୍ଟି ସରାଗୁଡ଼ା ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା।
ଖବର ପାଇ ଡାବୁଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଗୁଡିକୁ ଜବତ କରିବା ସହ ଦୁଇ ଗୁରୁତର ଆହତଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରିଛି। ମୃତକଙ୍କ ପରିବାର ଘଟଣାସ୍ଥଳରେ ପହଞ୍ଚିଥିବା ଜଣାଯାଇଛି। ଘଟଣାର ତଦନ୍ତ ଚାଲିଥିବା ଉମରକୋଟ ଏସଡିପିଓ ସୁବେନ୍ଦୁ କୁମାର ସବର ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।