ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କଚେଲି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ବିଷାକ୍ତ ଖାଦ୍ୟ ଖାଇ ୩ ଭାଇ ଭଉଣୀ ମୃତ୍ୟୁ ବରଣ କରିଛନ୍ତି। ସେହିପରି ମା' ଓ ଅନ୍ୟ ଜଣେ ଝିଅ ଗୁରୁତର ଅଛନ୍ତି।
ଉଭୟ ମା' ଓ ଝିଅ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକ ମାନେହେଲେ ସୁକାନ୍ତି ମାଡ଼ି ୧୨ ,ସୀତାରାମ ମାଡ଼ି ୭, ଅଞ୍ଜଳି ମାଡ଼ି ୩। ଗୁରୁତର ଅବସ୍ଥାରେ ମା' ଭିମେ ମାଡି ଓ ୩ ବର୍ଷର ମାଳତୀ ମାଡି ଏବେ ଚିକିତ୍ସିତ ହେଉଛନ୍ତି।
ଖବର ପାଇ କଚେଲି ଗାଁରେ ଡାକ୍ତରୀ ଟିମ ପହଞ୍ଚି ଚିକିତ୍ସା ଅରମ୍ଭ କରିଛି। ବିଷାକ୍ତ ଖାଦ୍ୟ ଖାଇବା ଯୋଗୁ ଏଭଳି ଝଡା ବାନ୍ତି ହେବା ସହ ମୃତ୍ୟୁ ହୋଇଥିବା ଅନୁମାନ କରୁଛି ଡାକ୍ତରୀ ଟିମ। ଏହି ଘଟଣା ପରେ ସେହି ଗାଁ ରେ ଶୋକାକୁଳ ପରିବେଶ କେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।