ନାରାୟଣପାଟଣା(ପି.ଗୋବିନ୍ଦରାଜୁ ସୁବୁଦ୍ଧି): କୋରାପୁଟ ଜିଲ୍ଲା ନାରାୟଣପାଟଣା ପୁଲିସ୍ ଆଜି ୩ ଜଣ ନକଲି ନକ୍ସଲଙ୍କୁ ଗିରଫ କରିଛି। ସେମାନେ ହେଲେ ବାସୁଦେବ ପାଙ୍ଗି(୨୮), ଜୁନେଶ ଖଥଲା(୨୭) ଓ ସୁରାତାଡ଼ିଙ୍ଗି (୧୯)। ବାସୁଦେବଙ୍କ ଘର ବେଲୁବାଡ଼ି ଗାଁରେ ହୋଇଥିବା ବେଳେ ଜୁନେଶଙ୍କ ଘର ତେନ୍ତୁଳିପଦର ଓ ସୁରତାଡିଙ୍ଗଙ୍କ ଘର ତଳଗୁମାଣ୍ଡି ଗାଁରେ। ଏମାନଙ୍କ ଠାରୁ ୭ଟି ମୋବାଇଲ୍ ଜବତ କରାଯାଇଛି।
ଗତ କିଛି ଦିନ ହେବ ଏହି ତିନି ଜଣ ନକ୍ସଲ ନାଁରେ ଧମକ ଦେଇ ଦୀପକ ବୁଧୱାର ନାମକ ଜଣେ ସୁପର କ୍ଲାସ୍ କଣ୍ଟ୍ରାକ୍ଟରଙ୍କ ନିକଟରୁ ୨୫ ଲକ୍ଷ ଟଙ୍କା ଦାବି କରୁଥିଲେ। ପୁଲିସ୍ ନିକଟରେ ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ସେମାନଙ୍କୁ ଧରିଛି। ଅନ୍ୟ ଜଣେ ଅଭିଯୁକ୍ତ ଫେରାର୍ ଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।
ତେବେ ଗତକାଲି କୋରାପୁଟ ପୁଲିସ୍ ଆଉ ୩ଜଣ ନକଲି ନକ୍ସଲଙ୍କୁ ଗିରଫ କରିଥିଲା। ଏହା ଏକ ନକ୍ସଲ ପ୍ରବଣ ଅଞ୍ଚଳ ହୋଇଥିବାରୁ ଏହାର ସୁଯୋଗ ନେଇ ଲୋକଙ୍କୁ ଧମକାଇ କେତେକ ଯୁବକ ଟଙ୍କା ଆଦାୟ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।