ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ଥରେ ଆତଙ୍କ ଖେଳାଇଲା ମାଞ୍ଜା ସୁତା । ମାଞ୍ଜା ସୁତା ବେକରେ ଗୁଡ଼ାଇ ହୋଇ କଟକ ଜଗତପୁରର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଲିସ୍ ପକ୍ଷରୁ ଏହାକୁ ଜବତ ପାଇଁ ଚଢ଼ାଉ ଜୋରଦାର କରାଯାଇଥିଲା। ହେଲେ ଏବେ ସ୍ଥିତି ଯାହାକୁ ତାହା। ଖୋଦ ରାଜଧାନୀରେ ବାଇକ୍ରେ ଯାଉଥିବା ବେଳେ ବେକରେ ମାଞ୍ଜା ସୁତା ଗୁଡ଼ାଇ ହୋଇ ୩ ଜଣ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ୩ ଯୁବକ ପାଲା ମଣ୍ଡପ ଆଡ଼କୁ ବାଇକ୍ରେ ଆସୁଥିବା ବେଳେ ଏହି ଅଘଟଣ ଘଟିଛି। ତିନି ଜଣ ଯୁବକଙ୍କ ବେକରେ ଆଘାତ ଲାଗିଛି । ଗାଡ଼ି ଆଉ ଟିକେ ସ୍ପିଡରେ ଥିଲେ ବଡ଼ ଅଘଟଣ ଘଟି ଥାଆନ୍ତା ବୋଲି ଆହତ ଯୁବକମାନେ କହିଛନ୍ତି। ସ୍ଥାନୀୟ ଲୋକେ ଆହତଙ୍କୁ ନିକଟସ୍ଥ ଏକ କ୍ଲିନିକକୁ ନେଇ ପ୍ରାଥମିକ ଚିକିତ୍ସା କରାଇଛନ୍ତି। ମାଞ୍ଜା ସୂତା ଜବତ କରି ତନାଘନା ଚଳାଇଛି ପୁଲିସ୍।
କଟକରେ ଏହିପରି ଘଟଣାରେ ଜଣେ ନବ ବିବାହିତ ଯୁବକଙ୍କ ମୃତ୍ୟୁ ପରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ ଜୋରଦାର କରିଥିଲା ପୁଲିସ୍। ହେଲେ ପୁଣି ଅବସ୍ଥା ଯାହାକୁ ତାହା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।