ମୋହନା(ମିହିର ଜତି): ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୩ ଶ୍ରମିକଙ୍କ ଜୀବନ । ଗତକାଲି ରାତିରେ ଗଜପତି ଜିଲ୍ଲା ମୋହନା ନାରାୟଣନଗରରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ୩ ଜଣ ହେଲେ ଅରୁଣ ସାହୁ, ମୋହନା ଥାନା କାମ୍ପଗୁଡା ଗାଁର ମୁଠା ଦଳାଇ ଓ ଆଉ ସୁନୀଲ ଦଳାଇ । ମୃତକମାନେ ନାରାୟଣନଗରସ୍ଥିତ ଏକ ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିଲେ ।
ଗତକାଲି ରାତିରେ ୩ ଶ୍ରମିକ ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇଥିବାରୁ ଅଚେତ ହୋଇ ପଡ଼ିଥିବା ପୁଲିସ୍ ଅନୁମାନ କରୁଛି । ଆଜି ସକାଳେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି କବାଟ ଭାଙ୍ଗି ସେମାନଙ୍କୁ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତି କରିଥିଲେ। ମାତ୍ର ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଛନ୍ତି ।
ଘଟଣା ସଂପର୍କରେ ସୂଚନା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୁଲିସ୍ ସୂଚନା ମିଳିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଲିଠୁ ବିଧାନସଭା, ଆଜି ବସିବ ସର୍ବଦଳୀୟ ବୈଠକ
ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିବେ।
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।