୩ ମେଡିକାଲ କଲେଜରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୩ଟି ମେଡିକାଲ କଲେଜରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ମୋଟ ୬୮୭ଜଣ ଡେଙ୍ଗୁ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ଡେଙ୍ଗୁ ସ୍ଥିତିକୁ ନେଇ ବସିଥିବା ସମୀକ୍ଷା ବୈଠକ ପରେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ କହିଛନ୍ତି।

ଡେଙ୍ଗୁ ସ୍ଥିତିର ମୁକାବିଲା ପାଇଁ ନଗର ଉନ୍ନୟନ, ସ୍ୱାସ୍ଥ୍ୟ ଓ ଶିଳ୍ପ ବିଭାଗ ମିଳିତ ଭାବେ କାମ କରୁଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।