ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କାର୍ ପାର୍କିଂକୁ ନେଇ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଭଗବାନ ଆପାଟମେଣ୍ଟ ନିକଟରେ ଶିଖ୍ ଯୁବକ ପରବିନ୍ଦର ପାଲ୍ ସିଂହଙ୍କ ଉପରେ ହୋଇଥିବା ସଂଘବଦ୍ଧ ଆକ୍ରମଣ ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କୁ ଜାମିନ ମିଳିଯାଇଛି। ଭୁବନେଶ୍ୱର ଏସଡିଜେମ୍ କୋର୍ଟରୁ ଗତକାଲି ସେମାନଙ୍କୁ ଜାମିନ ମିଳିଛି ।
ଗାଡି ପାର୍କିଂକୁ କେନ୍ଦ୍ର କରି ପରବିନ୍ଦର ପାଲ ସିଂହଙ୍କୁ ବିଜେଡିର ପୂର୍ବତନ କର୍ପୋରେଟରଙ୍କ ପୁତୁରା ଦୀପକ ଜେନା, ତାଙ୍କ ସହଯୋଗୀ ଶଙ୍କର ରାଉତ ଏବଂ ଦୀପକ ମହାନ୍ତି ଆକ୍ରମଣ କରିଥିଲେ । ପୁଲିସ୍ ଉପସ୍ଥିତିରେ ଏଭଳି ମରଣାତ୍ମକ ଆକ୍ରମଣକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହାପରେ କମିଶନରେଟ ପୁଲିସ୍ ଦାୟିତ୍ୱରେ ଅବହେଳା ହୋଇଥିବା ମାନିବା ସହ ପିସିଆର ଇନଚାର୍ଜଙ୍କୁ ସସପେଣ୍ଡ କରିଥିଲେ ।
ସେହିପରି ୩ ଦିନ ମଧ୍ୟରେ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାଜର୍ସିଟ୍ ଦାଖଲ ଲାଗି ନିର୍ଦ୍ଦେଶ ଦେଇଥିଲେ ପୁଲିସ୍ କମିଶନର। ଏପରିକି ଭୁବନେଶ୍ୱର ଡିସିପି ଅନୁପ ସାହୁ ଗତକାଲି ପରବିନ୍ଦରଙ୍କୁ ଭେଟିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପରବିନ୍ଦର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।