ରାୟଗଡ଼ା(ମାଉଡ଼ି ବାରିକ): ଲୁହା ଗ୍ରୀଲ ଧରି ଖେଳୁ ଖେଳୁ ହଠାତ୍ ଗଳି ପଡ଼ିଲା ଗ୍ରୀଲ୍ । ଫଳରେ ତା’ ତଳେ ଚାପି ହୋଇ ୩ ନାବାଳକ ଗୁରୁତର ହୋଇ ପଡ଼ିଛନ୍ତି। ଏଭଳି ଅଭାବନୀୟ ଘଟଣା ରାୟଗଡା ଜିଲ୍ଲା ବିଷମକଟକ ବ୍ଳକ ଝିଗିଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଘଟିଛି। ଗୁରୁତର ଆହତମାନେ ହେଲେ ବାପୁନୁ ପିଡିକାକା (୭),ଗଣପତି ପିଡିକାକା(୫) ଏବଂ ଖଗେଶ୍ୱର ପିଡିକାକା(୫) ।
ଗତକାଲି ସନ୍ଧ୍ୟାରେ ଝିଗିଡି ଗ୍ରାମ ପାଞ୍ଚାୟତ କାର୍ଯ୍ୟାଳୟ ପରିସରରେ ହିତାଧିକାରୀଙ୍କୁ ପିଡିଏସ୍ ଚାଉଳ ପ୍ରଦାନ କରାଯାଉଥିଲା । ସେହି ସମୟରେ ଝିଗିଡ ଗ୍ରାମର କିଛି ପିଲା ପଞ୍ଚାୟତ କାର୍ଯ୍ୟାଳୟରେ ଲାଗିଥିବା ଲୁହା ଗ୍ରୀଲ ଧରି ଖେଳୁଥିଲେ। ଏହି ସମୟରେ ଗ୍ରୀଲଟି ଉକ୍ତ ପିଲାମାନଙ୍କ ଉପରେ ଗଳି ପଡ଼ିଥିଲା। ସେଠାରେ ଉପସ୍ଥିତ ଥିବା ଲୋକେ ତୁରନ୍ତ ପିଲାମାନଙ୍କୁ ଉଦ୍ଧାର କରି ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।
ସେମାନଙ୍କ ମଧ୍ୟରୁ ବାପୁନୁ ପିହିକା ଓ ଗଣପତି ପିଡିକାକାଙ୍କ ଅବସ୍ଥା ଗୁରୁତର ରହିଛି। ଉନ୍ନତ ଚିକିତ୍ସା ନିମନ୍ତେ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯିଵ ବୋଲି ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଡାକ୍ତର ସୂଚନା ଦେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।