କଟକ(ଓଡ଼ିଶା ରିପୋର୍ଟର): ଦୀପାବଳି ପୂର୍ବରୁ ଘଟିଲା ଅଘଟଣ। କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ବାଣେଶ୍ୱରପଡ଼ା ଗାଁରେ ଘଟିଛି ଏହି ଅଘଟଣ। ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି।
ଗୁରୁତରମାନେ ହେଲେ ବୀର ସ୍ୱାଇଁ (୫୫), ତାଙ୍କ ସ୍ତ୍ରୀ ମଞ୍ଜୁଲତା ସ୍ୱାଇଁ ଓ ସେମାନଙ୍କର ୩ ବର୍ଷର ନାତି।
ବୀର ସ୍ୱାଇଁ ତାଙ୍କ ଘରେ ବାଣ ତିଆରି କରୁଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା। ତାଙ୍କ ଶରୀରର ୭୦ ଭାଗ ପୋଡ଼ିଯାଇଥିବା ବେଳେ ତାଙ୍କ ପତ୍ନୀ ଓ ନାତି ମଧ୍ୟ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବୀର ସ୍ୱାଇଁ ନିଜେ ବ୍ୟବହାର କରିବା ପାଇଁ ବାଣ ତିଆରି କରୁଥିଲେ ନା ବିକ୍ରି ପାଇଁ ପ୍ରସ୍ତୁତ କରୁଥିଲେ, ତାହା ଜଣାପଡ଼ିନାହିଁ। ତିଗିରିଆ ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।