ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାର ଭୟ ଭିତରେ ରାଜଧାନୀବାସୀଙ୍କୁ ଘାରିଛି ଡେଙ୍ଗୁ ଭୟ। ଆଜି ଭୁବନେଶ୍ୱରରେ ଆଉ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୪୨୧କୁ ବୃଦ୍ଧି ପାଇଛି। ଡେଙ୍ଗୁ ରୋଗୀ ଚିହ୍ନଟ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି।
ରାଜଧାନୀ ଭୁବନେଶ୍ୱର ପାଇଁ ସୃଷ୍ଟି ହୋଇଛି ଡବଲ୍ ଚ୍ୟାଲେଞ୍ଜ୍। ଗୋଟିଏ ପଟେ ରାଜଧାନୀରେ ଦୈନିକ କୋଭିଡ୍ ସଂକ୍ରମଣ ଆଖିଦୃଶିଆ ଭାବେ କମୁନଥିବା ବେଳେ ବିଏମ୍ସି ପାଇଁ ଏବେ ସୃଷ୍ଟି ହୋଇଛି ଡେଙ୍ଗୁ ନିୟନ୍ତ୍ରଣ ଚ୍ୟାଲେଞ୍ଜ। ରାଜଧାନୀର ନୀଳାଦ୍ରି ବିହାର ଓ ଶୈଳଶ୍ରୀ ବିହାର ଅଞ୍ଚଳରେ ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୱାର୍ଡ଼ ନମ୍ବର ୭, ୧୪,୧୭ ଓ ୪୨ରେ ଡେଙ୍ଗୁ ରୋଗୀ ସଂଖ୍ୟା ଅଧିକା ରହିଛି। ଦିନକୁ ୧୫ରୁ ୨୦ଟି ଡେଙ୍ଗୁ ମାମଲା ସାମ୍ନାକୁ ଆସୁଛି। ତେବେ ଏଥିପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଉଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।