ଆରୋଗ୍ୟ ହେଲେ ୩୦୩ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ରୁ ଆଜି ଆରୋଗ୍ୟ ହେଲେ ୩୦୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ମୋଟ୍‌ ୭୦୦୬ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ସୁସ୍ଥ ହୋଇଥିବା ୩୦୩ ଜଣଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଅଛନ୍ତି। ସେହିପରି ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭ ଓ […]

coronavirus-in-india

coronavirus-in-india

Manoranjan Sial
  • Published: Wednesday, 08 July 2020
  • Updated: 08 July 2020, 06:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ ‘କରୋନା’ରୁ ଆଜି ଆରୋଗ୍ୟ ହେଲେ ୩୦୩ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ମୋଟ୍‌ ୭୦୦୬ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ସୁସ୍ଥ ହୋଇଥିବା ୩୦୩ ଜଣଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଅଛନ୍ତି। ସେହିପରି ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ ୯, ପୁରୀରୁ ୭ ଓ ବରଗଡ଼ରୁ ୬ ଆରୋଗ୍ୟ ହୋଇଛନ୍ତି। ଠିକ୍‌ ସେହିପରି ଢେଙ୍କାନାଳ, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ; ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ସମ୍ୱଲପୁରରୁ ୩ ଜଣ ଲେଖାଏଁ; ବଲାଙ୍ଗିର, ଜଗତସିଂହପୁର, କୋରାପୁଟ ଓ ମାଲକାନଗିରିରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

https://twitter.com/HFWOdisha/status/1280837644155404288?s=20

ଆଜି ସୁଦ୍ଧା ସମଗ୍ର ରାଜ୍ୟରେ ‘କରୋନା’ରେ ୧୦୬୨୪ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ଭିତରୁ ୪୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୦୦୬ ଜଣ ଆରୋଗ୍ୟ ହୋଇଛନ୍ତି। ଏବେ ୩୬୧୮  ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ୧୩ ଜଣ ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos