Advertisment

'ପଶ୍ଚିମବଙ୍ଗର ୩୧ ଜଣ ନିଖୋଜ ଅଛନ୍ତି'

ଗତ ଶୁକ୍ରବାର ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସିଥିଲେ।

Advertisment

ଗତ ଶୁକ୍ରବାର ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପଶ୍ଚିମବଙ୍ଗର ଲୋକଙ୍କୁ ଦେଖିବାକୁ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସିଥିଲେ। ଆହତମାନଙ୍କୁ ଭେଟି ଫେରିବା ବେଳେ ମମତା ଗଣମାଧ୍ୟମକୁ କହିଥିଲେ ଯେ ଦୁର୍ଘଟଣାଗ୍ରସ୍ତ ଟ୍ରେନରେ ଥିବା ତାଙ୍କ ରାଜ୍ୟର ୩୧ ଜଣ ଲୋକ ନିଖୋଜ ଅଛନ୍ତି। ସେମାନଙ୍କ ସଂପର୍କରେ କିଛି ସୂଚନା ମିଳୁନାହିଁ। ମମତା କହିଛନ୍ତି, ପଶ୍ଚିମବଙ୍ଗର ୧୦୩ ଜଣଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି। ୮୭ଟି ମୃତଦେହ ପଶ୍ଚିମବଙ୍ଗରେ ପହଞ୍ଚି ସାରିଛି। ଓଡ଼ିଶାର ବିଭିନ୍ନ ମେଡିକାଲରେ ଏବେ ୯୭ ଜଣ ଚିକିତ୍ସାଧୀନ ଅଛନ୍ତି। 

Advertisment
Odisha Train Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe