ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ କଲବଲ ରାଜଧାନୀବାସୀଙ୍କୁ ଛାଡ଼ୁନି ଡେଙ୍ଗୁ ଡର । ରାଜଧାନୀରେ ୨୪ଘଣ୍ଟାରେ ପୁଣି ୩୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଭୁବନେଶ୍ୱରର ଡେଙ୍ଗୁ ରୋଗୀ ସଂଖ୍ୟା ୪୫୩କୁ ବୃଦ୍ଧି ପାଇଛି।
ମଙ୍ଗଳବାର ୩୦ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ । ପ୍ରତି ସମ୍ବେଦନଶୀଳ ଅଂଚଳରେ ଦୈନିକ ୨୮୦ଟଙ୍କା ହିସାବରେ ୨୦ଜଣ ଲେଖାଏଁ ଲୋକଙ୍କୁ ନିୟୋଜିତ କରିବାକୁ ଯୋଜନା କରୁଛି ସ୍ୱାସ୍ଥ୍ୟ ବିଭାଗ । ସଫେଇ ଓ ସଚେତନତା କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀଙ୍କ ସହ ସ୍ୱଚ୍ଛସାଥୀଙ୍କୁ ବିଭିନ୍ନ ୱାର୍ଡରେ ନିୟୋଜିତ କରାଯାଇଛି ।
ରାଜଧାନୀ ଭୁବନେଶ୍ୱର ପାଇଁ ସୃଷ୍ଟି ହୋଇଛି ଡବଲ୍ ଚ୍ୟାଲେଞ୍ଜ୍। ଗୋଟିଏ ପଟେ ରାଜଧାନୀରେ ଦୈନିକ କୋଭିଡ୍ ସଂକ୍ରମଣ ଆଖିଦୃଶିଆ ଭାବେ କମୁନଥିବା ବେଳେ ବିଏମ୍ସି ପାଇଁ ଏବେ ସୃଷ୍ଟି ହୋଇଛି ଡେଙ୍ଗୁ ନିୟନ୍ତ୍ରଣ ଚ୍ୟାଲେଞ୍ଜ। ଏଥିପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଉଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।