ରାଜ୍ୟରେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍‌ ସାଇନ୍‌ସେସ୍ (ଆଇଏଲ୍‌ଏସ୍‌) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି। ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

corona

Jitendra Garnayak
  • Published: Saturday, 15 January 2022
  • , Updated: 15 January 2022, 03:35 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିଲା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଜି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍‌ ସାଇନ୍‌ସେସ୍ (ଆଇଏଲ୍‌ଏସ୍‌) ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି।

ତିନି ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧,୦୨୧ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୦୮୭ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଦେଶରେ ମଧ୍ୟ ଓମିକ୍ରନ ସଂଖ୍ୟା ବଢ଼ୁଛି। ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଡେଇଁଛି। ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ନେଇ ମିଳିଛି କ୍ଲିନିକାଲ୍ ପ୍ରମାଣ। ଦିଲ୍ଲୀ ଆଇଏଲ୍‌ବିଏସ୍‌ର କ୍ଲିନିକାଲ୍‌ ଭାଇରୋଲୋଜି ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

Related story