Advertisment

୩୫୦ରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୩ଟି ହେଉଛି ଲୋକାଲ୍ କେସ୍। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୨୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା […]

ଅଦ୍ୟତନ ହୋଇଛି
ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୪ ଆକ୍ରାନ୍ତ

corona-2.4

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୩୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୩ଟି ହେଉଛି ଲୋକାଲ୍ କେସ୍।

Advertisment

ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ୨୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୧, ବରଗଡ଼ରୁ ୧୫, ଭଦ୍ରକରୁ ୫, ବଲାଙ୍ଗିରରୁ ୧୦, କଟକରୁ ୨୭, ଦେବଗଡ଼ରୁ ୨, ଢେଙ୍କାନାଳରୁ ଜଣେ, ଗଜପତିରୁ ୨, ଗଞ୍ଜାମରୁ ୮, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୭, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୧୦, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୨, ନୂଆପଡ଼ାରୁ ୧୧, ପୁରୀରୁ ୨୧, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୧ ଓ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

Advertisment

୩୩୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୪,୦୮୯ରେ ପହଞ୍ଚିଥିବା ବେଳେ ୩,୧୯,୦୬୯ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୧୫୬ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନାରେ ଏଯାବତ ୧୮୧୧ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe