ଆଠଗଡ଼(ନୀଳକଣ୍ଠ ଦୋରା): ଆଠଗଡ଼ ଫୋରମ ଅଫ୍ ଏକାଡେମିକ୍ସ୍ ପକ୍ଷରୁ ଶିକ୍ଷା ଜ୍ୟୋତି ସମ୍ମାନ ୨୦୧୮’ ପ୍ରଦାନ କରାଯାଇଛି। ଆଠଗଡ଼ ନିର୍ବାଚନ ମଣ୍ଡଳୀର ୫୬ଟି ବିଦ୍ୟାଳୟର ମାଧ୍ୟମିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ୩୩୩ ଜଣ ଛାତ୍ରଛାତ୍ରୀମାନଙ୍କୁ ‘ଶିକ୍ଷା ଜ୍ୟୋତି ସମ୍ମାନ ୨୦୧୮’ ରେ ସମ୍ମାନିତ କରାଯାଇଛି।
ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ମୁଖ୍ୟ ବକ୍ତା ଭାବେ ସ୍ତମ୍ଭକାର ଅମୀୟ ପାଣ୍ଡବ ଯୋଗଦେଇ ଥିଲେ। A1 ଗ୍ରେଡ୍ରେ ପାସ୍ କରିଥିବା ୧୭ ଜଣ ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ପକ୍ଷରୁ ଲାପଟପ୍ ପ୍ରଦାନ କରାଯାଇଥିଲା। ଏଥିସହ ଆଠଗଡ଼ ଜାଗିଆପଡ଼ା ହାଇସ୍କୁଲ ଓ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆଠଗଡ଼ ସ୍କୁଲକୁ ଶ୍ରେଷ୍ଠ ବିଦ୍ୟାଳୟ ସମ୍ମାନ ପ୍ରଦାନ କରାଯାଇଛି। ସେହିପରି ୧୦ଜଣ ମାଧ୍ୟମିକ ଶିକ୍ଷକ ଓ ୫ଜଣ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ମାନିତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।