‘ମୋ ସ୍କୁଲ’କାର୍ଯ୍ୟକ୍ରମରେ ୩୪ହଜାର ସ୍କୁଲ ସାମିଲ, ୧୦୫କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ମୋ ସ୍କୁଲ୍ ଅଭିଯାନ’ରେ ରାଜ୍ୟର ମୋଟ ୩୪ହଜାର ସ୍କୁଲ ସାମିଲ ହୋଇଛନ୍ତି। ପ୍ରାୟ ୫.୨୪ଲକ୍ଷ ପୁରାତନ ଛାତ୍ରଛାତ୍ରୀ ଏବେ ସ୍କୁଲ ସହ ଯୋଡ଼ି ହୋଇଥିବାବେଳେ ରାଜ୍ୟର ୨୩ଟି ଜିଲ୍ଲାର ମୋଟ ୧୦୫କୋଟି ଟଙ୍କାର ପ୍ରକଳ୍ପକୁ ଆଜି ଅନୁମୋଦନ ମିଳିଛି। ଭର୍ଚୁଆଲ ମୋଡରେ ଆଜି ଅନୁଷ୍ଠିତ ମୋ ସ୍କୁଲ ଅଭିଯାନର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। […]

mo-school

mo-school

Ordigital Desk
  • Published: Thursday, 17 June 2021
  • Updated: 17 June 2021, 09:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ମହତ୍ୱାକାଂକ୍ଷୀ ଯୋଜନା ‘ମୋ ସ୍କୁଲ୍ ଅଭିଯାନ’ରେ ରାଜ୍ୟର ମୋଟ ୩୪ହଜାର ସ୍କୁଲ ସାମିଲ ହୋଇଛନ୍ତି। ପ୍ରାୟ ୫.୨୪ଲକ୍ଷ ପୁରାତନ ଛାତ୍ରଛାତ୍ରୀ ଏବେ ସ୍କୁଲ ସହ ଯୋଡ଼ି ହୋଇଥିବାବେଳେ ରାଜ୍ୟର ୨୩ଟି ଜିଲ୍ଲାର ମୋଟ ୧୦୫କୋଟି ଟଙ୍କାର ପ୍ରକଳ୍ପକୁ ଆଜି ଅନୁମୋଦନ ମିଳିଛି।

ଭର୍ଚୁଆଲ ମୋଡରେ ଆଜି ଅନୁଷ୍ଠିତ ମୋ ସ୍କୁଲ ଅଭିଯାନର ୨୫ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଗତ ୧ ମାସ ମଧ୍ୟରେ ୧୭ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ମୋ ସ୍କୁଲ୍ ଅଭିଯାନ ସହ ଯୋଡ଼ି ହୋଇଥିବାବେଳେ ସେମାନେ ନିଜ ନିଜ ସ୍କୁଲର ବିକାଶ ପାଇଁ ୫ କୋଟି ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବାଲେଶ୍ୱରରେ ସର୍ବାଧିକ ୨.୨୮ କୋଟି, ଭଦ୍ରକରେ ୩୫ ଲକ୍ଷ ୮୧ ହଜାର, ମୟୁରଭଞ୍ଜରେ ୨୫ ଲକ୍ଷ ୧ ହଜାର, ଜଗତସିଂହପୁରରେ ୨୫ ଲକ୍ଷ ଏବଂ ନୟାଗଡ଼ରେ ୨୧ ଲକ୍ଷ ୮୮ ହଜାର ଟଙ୍କା ପୁରାତନ ଛାତ୍ରଛାତ୍ରୀମାନେ ପ୍ରଦାନ କରିଛନ୍ତି।

ଅନ୍ୟପକ୍ଷରେ ବିଭିନ୍ନ ସିଏସ୍‌ଆର୍ ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୩୦ କୋଟି ଟଙ୍କାର ଅନୁଦାନ ଆସିଛି। ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍‌ଆର୍ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତାକୁ ମିଶାଇ ମୋଟ ୧୦୫ କୋଟି ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି।

ବାଲେଶ୍ୱର ଜିଲ୍ଲାରେ ଲଗାତାର ୬ଷ୍ଠ ଥର ପାଇଁ ପୁରାତନ ଛାତ୍ରଛାତ୍ରୀମାନେ ସର୍ବାଧିକ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି। ବ ର୍ମାନ ସୁଦ୍ଧା ୫ ଲକ୍ଷ ୨୪ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଥିବା ବେଳେ ରାଜ୍ୟରେ ସମସ୍ତ ଜିଲ୍ଲାର ୩୪ ହଜାରରୁ ଊର୍ଦ୍ଧ୍ୱ ସ୍କୁଲ୍ ‘ମୋ ସ୍କୁଲ୍ ଅଭିଯାନ’ରେ ସାମିଲ ହୋଇଛି।

‘ମୋ ସ୍କୁଲ୍ ଅଭିଯାନ’ ଅନ୍ତର୍ଗତ ସ୍କୁଲ୍ ଆଡପ୍‌ଶନ୍ ବା ପୋଷ୍ୟ ବିଦ୍ୟାଳୟ କାର୍ଯ୍ୟକ୍ରମକୁ ସଫଳ କରିବାକୁ ‘ମୋ ସ୍କୁଲ୍‌’ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପର୍ଯ୍ୟାୟକ୍ରମେ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକମାନଙ୍କୁ ନେଇ ଭର୍ଚୁଆଲ୍ ବୈଠକର ଆୟୋଜନ କରାଯାଉଥିବା ବେଳେ ପ୍ରଧାନଶିକ୍ଷକମାନଙ୍କ ପାଇଁ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ଗାଇଡାନ୍ସ ନୋଟ୍ ପ୍ରସ୍ତୁତ କରାଯାଇଛି।

ଗତ ମେ’ ମାସରେ ୮୪୪ ପୋଷ୍ୟ ବିଦ୍ୟାଳୟର ପ୍ରଧାନଶିକ୍ଷକ ନିଜ ନିଜ ସ୍କୁଲ୍‌ର ମେଣ୍ଟର, ସମ୍ପୃକ୍ତ ସ୍କୁଲ୍‌ର ପୁରାତନ ଛାତ୍ରଛାତ୍ରୀ, ସ୍କୁଲ୍ ପରିଚାଳନା କମିଟି ସଦସ୍ୟ, ଅଭିଭାବକ ଏବଂ ଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ନେଇ ଭର୍ଚୁଆଲ ବୈଠକର ଆୟୋଜନ କରିଛନ୍ତି। ଏହି ବୈଠକରେ ରାଜ୍ୟ ଏବଂ ରାଜ୍ୟ ବାହାରୁ ୧୪ ହଜାରରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ, ମେଣ୍ଟର ଏବଂ ଅନ୍ୟମାନେ ଅଂଶଗ୍ରହଣ କରି ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ।

ସେହିପରି ‘ଫାଇଭ-ଟି ହାଇସ୍କୁଲ୍ ଟ୍ରାନ୍ସଫର୍‌ମେଶନ କାର୍ଯ୍ୟକ୍ରମ’ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ସମସ୍ତ ୧ ହଜାର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ କୋଡିଂ ଶିଖାଇବାକୁ ପ୍ରତ୍ୟେକ ବିଦ୍ୟାଳୟରେ ‘କୋଡ୍ କ୍ଲବ୍‌’ର ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନିଆଯାଇଛି।

କୋଭିଡ୍ ପରିସ୍ଥିତିରେ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଥିବାରୁ ପିଲାମାନଙ୍କର ପଢିବା ଅଭ୍ୟାସ ବିଶେଷଭାବେ ପ୍ରଭାବିତ ହୋଇଛି। ଏଭଳିସ୍ଥଳେ ଛାତ୍ରଛାତ୍ରୀଙ୍କୁ ପୁସ୍ତକ ପ୍ରତି ପୁଣିଥରେ ଆକୃଷ୍ଟ କରିବାକୁ ‘ମୋ ସ୍କୁଲ୍‌’ ଦ୍ୱାରା ୧୦ ହଜାର ଗାଁରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସ୍ଥିର ହୋଇଥିଲା। ରାଜ୍ୟରେ ଲକ୍‌ଡାଉନ୍ ପରିସ୍ଥିତି କୋହଳ ହେବା ପରେ ଏହି କାର୍ଯ୍ୟକ୍ରମ କରିବାକୁ ନିଷ୍ପ ି ନିଆଯାଇଛି। ନିର୍ଦ୍ଧାରିତ ସମୟରେ ମୋ ସ୍କୁଲ୍ ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକୁ ଶେଷ କରିବାକୁ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବାକୁ ସ୍ୱତନ୍ତ୍ର ଅଡିଟର୍‌ମାନଙ୍କୁ ନିୟୋଜିତ କରାଯାଇଛି।

ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓଏସ୍‌ଇପିଏ, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା, ନିର୍ଦ୍ଦେଶକ, ଟିଇ, ଏସ୍‌ସିଇଆର୍‌ଟି, ବିଭାଗୀୟ ଅତିରିକ୍ତ ଶାସନ ସଚିବ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏବଂ ଭାରପ୍ରାପ୍ତ ଅଧିକାରୀମାନେ ସାମିଲ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story