Advertisment

୩୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜିଲ୍ଲାରୁ କେହି ନାହାନ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୬ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୋଳରେ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୧୭, ବରଗଡ଼ରେ […]

ଅଦ୍ୟତନ ହୋଇଛି
୩୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜିଲ୍ଲାରୁ କେହି ନାହାନ୍ତି

COrona-5-2

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୪୬ଟି ହେଉଛି ଲୋକାଲ୍ କେସ୍‌।

Advertisment

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଅନୁଗୋଳରେ ୩୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୧୭, ବରଗଡ଼ରେ ୧୮, ଭଦ୍ରକରେ ୪, ବଲାଙ୍ଗିରରେ ୧୯, କଟକରେ ୨୧, ଢେଙ୍କାନାଳରେ ୩, ଗଞ୍ଜାମରେ ୮, ଜଗତସିଂହପୁରରେ ୧୩, ଯାଜପୁରରେ ୮, ଝାରସୁଗୁଡ଼ାରେ ୮, କଳାହାଣ୍ଡିରେ ୧୦, କେନ୍ଦ୍ରାପଡ଼ାରେ ୮, କେନ୍ଦୁଝରରେ ୧୪, କୋରାପୁଟରେ ଜଣେ, ମାଲକାନଗିରିରେ ୫, ମୟୂରଭଞ୍ଜରେ ୨୦, ନୟାଗଡ଼ରେ ୨, ନୂଆପଡ଼ାରେ ୧୨, ପୁରୀରେ ୨୨, ରାୟଗଡ଼ାରେ ୨, ସମ୍ବଲପୁରରେ ୧୫ ଓ ସୋନପୁରରେ ଜଣେ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଦେବଗଡ଼, ଗଜପତି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

Advertisment

୩୪୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୬୪୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୧୭,୪୧୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩,୩୮୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଯୋଗୁ ରାଜ୍ୟରେ ଏଯାଏଁ ୧,୭୯୪ ଜଣଙ୍କ ମୃତ୍ୟୁ ଘଟିଛି।

Corona Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe