ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ତଳମୁହାଁ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ୪୦ରୁ ଖସିବା ନାଁ ନେଉ ନ ଥିଲା। ଏଥିଯୋଗୁ ଲୋକଙ୍କ ମନରେ ଛନକା ପଶିଯାଇଥିବା ବେଳେ ଆଜି ମିଳିଛି ସାମାନ୍ୟ ଆଶ୍ୱସ୍ତିକର ଖବର। ଦୀର୍ଘ ଦିନ ପରେ ଆଜି ୪୦ ତଳକୁ ଖସିଛି ମୃତ୍ୟୁ ସଂଖ୍ୟା।
ରାଜ୍ୟରେ ଆଖି ବୁଜିଲେ ଆଉ ୩୮ କରୋନା ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ବରଗଡ଼ରୁ ୫ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ମୟୂରଭଂଜ ଓ ପୁରୀରୁ ୪ ଲେଖାଏଁ କରୋନାରେ ପ୍ରାଣ ହାରିଥିବର ବେଳେ ସମ୍ବଲପୁରରେ ଯାଇଛି ୩ ଜୀବନ। ଏହାବାଦ ଜଗତସିଂହପୁର, ଝାରସୁଗୁଡ଼ାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଗଂଜାମରୁ ଜଣେ ଲେଖାଏଁ ମୃତ୍ୟୁମୁଖରେ ପଡ଼ିଛନ୍ତି। କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏଁ କରୋନା ଯୋଗୁ ଆଖି ବୁଜିଛନ୍ତି। ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।