Advertisment

ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୮୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୭ଟି ହେଉଛି ଲୋକାଲ୍ କେସ୍। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି। ସେହପରି ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ […]

ଅଦ୍ୟତନ ହୋଇଛି
ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା

1-corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୮୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୮୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୭ଟି ହେଉଛି ଲୋକାଲ୍ କେସ୍।

Advertisment

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି। ସେହପରି ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ୧୭, ଭଦ୍ରକରୁ ୨୧, ବଲାଙ୍ଗିରରୁ ୧୬, ବୌଦ୍ଧରୁ ୨, କଟକରୁ ୧୯, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧୫, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୩, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୧୩, ପୁରୀରୁ ୧୪, ରାୟଗଡ଼ାରୁ ୬, ସମ୍ବଲପୁରରୁ ୧୦, ସୋନପୁରରୁ ୨ ଓ ଷ୍ଟେଟ୍ ପୁଲ୍‌ରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି।

୩୮୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ରେ ପହଞ୍ଚିଥିବା ବେଳେ ୩,୧୭,୮୭୦ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୩୦୮ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଯୋଗୁଁ ରାଜ୍ୟରେ ୧,୭୯୮ ଜଣଙ୍କ ଜୀବନ ଗଲାଣି।

Advertisment

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe