Advertisment

କ୍ୱାରେଣ୍ଟାଇନରେ ରହିଲେ ଯାଜପୁର ଜିଲ୍ଲାର ୩ ଡାକ୍ତର ଓ ୧୯ ନର୍ସ

ଯାଜପୁର (ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲାର ୩ ଜଣ ଡାକ୍ତର ଓ ୧୯ ଜଣ ନର୍ସଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି। ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,“ ଗତକାଲି ଯାଜପୁରରେ ଚିହ୍ନଟ ହୋଇଥିବା ପାଞ୍ଚ ଜଣ କରୋନା ଆକ୍ରାନ୍ତ ହସ୍‌ପିଟାଲକୁ ଆସିଥିଲା ବେଳେ  ସେମାନେ ସେଠାରେ କିଛି ଡାକ୍ତର ଓ ନର୍ସମାନଙ୍କ ସଂସ୍ପର୍ଶରେ ଆସିଥିଲେ। ପରବର୍ତ୍ତୀ କାଳରେ ତାହା ଜଣାପଡ଼ିବା ପରେ ଗତକାଲି ରାତିରେ ତିନି ଜଣ ଡାକ୍ତର ଓ […]

ଅଦ୍ୟତନ ହୋଇଛି
କ୍ୱାରେଣ୍ଟାଇନରେ ରହିଲେ ଯାଜପୁର ଜିଲ୍ଲାର ୩ ଡାକ୍ତର ଓ ୧୯ ନର୍ସ

jajpur0099

Advertisment

ଯାଜପୁର (ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲାର ୩ ଜଣ ଡାକ୍ତର ଓ ୧୯ ଜଣ ନର୍ସଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି। ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ଏନେଇ ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି,“ ଗତକାଲି ଯାଜପୁରରେ ଚିହ୍ନଟ ହୋଇଥିବା ପାଞ୍ଚ ଜଣ କରୋନା ଆକ୍ରାନ୍ତ ହସ୍‌ପିଟାଲକୁ ଆସିଥିଲା ବେଳେ  ସେମାନେ ସେଠାରେ କିଛି ଡାକ୍ତର ଓ ନର୍ସମାନଙ୍କ ସଂସ୍ପର୍ଶରେ ଆସିଥିଲେ। ପରବର୍ତ୍ତୀ କାଳରେ ତାହା ଜଣାପଡ଼ିବା ପରେ ଗତକାଲି ରାତିରେ ତିନି ଜଣ ଡାକ୍ତର ଓ ୧୯ ଜଣ ନର୍ସଙ୍କୁ  ଯାଜପୁରର କୋଭିଡ୍‌ କେୟାର ହସପିଟାଲରେ କ୍ୱାରେଣ୍ଟାଇନରେ ରଖାଯାଇଛି। ସେମାନଙ୍କ ପରିବାର ଲୋକଙ୍କୁ ମଧ୍ୟ ହୋମ୍‌ କ୍ୱାରେଣ୍ଟାଇନରେ ରହିବାକୁ କୁହାଯାଇଛି।”

ସୂଚନାଯୋଗ୍ୟ, ଗତକାଲି ଯାଜପୁର ଜିଲ୍ଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କୋରେଇରୁ ଜଣେ, ଯାଜପୁରରୁ ୩ ଓ ଦଶରଥପୁରରୁ ଜଣେ ଆକ୍ରାନ୍ତ  ଚିହ୍ନଟ ହୋଇଥିଲେ। ସେମାନେ ସମସ୍ତେ କୋଲକାତା ବଡ଼ବଜାର ଅଞ୍ଚଳରେ ଶ୍ରମିକ ଭାବେ କାମ କରୁଥିଲେ। ସେଠାରେ ସେମାନେ ଅନ୍ୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe