ରାଇରଙ୍ଗପୁର (ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣ ଦୁଷ୍କର୍ମ କରିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ଜଣ ନାବାଳକ ଅଛନ୍ତି। ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ବହଳଦା ଥାନା ଅଞ୍ଚଳରେ ଏହି ନାବାଳିକା ଜଣଙ୍କ ଏକ ଇଟାଭାଟିରେ କାମ କରୁଥିଲେ। ଗତ ବୁଧବାର ମଧ୍ୟ ନାବାଳିକା ଜଣଙ୍କ ଇଟାଭାଟିକୁ କାମ କରିବାକୁ ଯାଇଥିଲେ। ତେବେ ଝିଅଟିକୁ ଏକଟିଆ ପାଇ ଏହି ଚାରି ଜଣ ଅଭିଯୁକ୍ତ ତାଙ୍କ ସହ ଗଣ ଦୁଷ୍କର୍ମ କରିଥିଲେ। ଏପରିକି ଦୁଷ୍କର୍ମ ସମୟର ଭିଡିଓ ଉତ୍ତୋଳନ କରିଥିଲେ। ଏହି ବିଷୟରେ କାହାକୁ ନ କହିବାକୁ ଧମକ ମଧ୍ୟ ଦେଇଥିଲେ।
ଝିଅଟି ଗତକାଲି ଘଟଣା ବିଷୟରେ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲା। ପରିବାର ଲୋକେ ଏନେଇ ବହଳଦା ଥାନାରେ ଏତଲା ଦେଇଥିଲେ। ପୁଲିସ ଆଜି ୪ ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ଅଧିକ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।