Advertisment

୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଏହି ୪ଟି ଜିଲ୍ଲାଗୁଡ଼ିକ ହେଲେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର। ଏହାର ପ୍ରଭାବରେ ଏହି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ସକାଳ ୮ଟା ଯାଏ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ମଧ୍ୟରେ ଘଣ୍ଟାକୁ ୩୦ରୁ […]

author-image
Ranjit Kumar Jena
୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ଏହି ୪ଟି ଜିଲ୍ଲାଗୁଡ଼ିକ ହେଲେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର।

Advertisment

ଏହାର ପ୍ରଭାବରେ ଏହି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ସକାଳ ୮ଟା ଯାଏ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ମଧ୍ୟରେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବର୍ଷା ସମୟରେ ତଳିଆ ଅଞ୍ଚଳରେ ଜମିବା ସହ କଚ୍ଚା ଘର ପ୍ରତି ବିପଦ ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାମାନଙ୍କରେ ପବନ ସହ ବର୍ଷା ହେବା ସମ୍ଭାବନା ରହିଛି।

Advertisment
Low Pressure Heavy Rain