ସମ୍ଭାବ୍ୟ ବାତ୍ୟାର ପ୍ରଭାବ; ୧୦ରେ ୪ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ […]

Weather

Weather

Jitendra Garnayak
  • Published: Friday, 06 May 2022
  • Updated: 06 May 2022, 07:30 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତ ଓ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ବାତ୍ୟା ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି।

ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୧୦ ତାରିଖରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ୪ଟି ଜିଲ୍ଲା- ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ସେହିପରି ୧୦ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ୧୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜୀବୀମାନଙ୍କୁ ପ୍ରବେଶ ପାଇଁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଇଛି।

ଏହି ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁପାରେ। କିନ୍ତୁ ଏହା କେଉଁଠି ଲ୍ୟାଣ୍ଡଫଲ କରିବ, ସେ ନେଇ ଏଯାଏଁ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ କିଛି କୁହାଯାଇନାହିଁ। ଅନ୍ୟପକ୍ଷରେ ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଶରତ ସାହୁ କହିଛନ୍ତି, ୧୦ରେ ବାତ୍ୟା ଉପକୂଳ ନିକଟବର୍ତ୍ତୀ ହେଲା ପରେ ଦିଗ ବଦଳାଇପାରେ। ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ରହିଛି। ଲ୍ୟାଣ୍ଡଫଲ୍ ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। ୧୦ ତାରିଖ ଅପରାହ୍ଣରେ ଭୁବନେଶ୍ୱର ଓ କଟକରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିପାରେ। ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବାର ସମ୍ଭାବନା ଥିବା ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story