ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’ ଯୋଗୁଁ ରାଜ୍ୟ ବାହାରେ ଫସି ରହିଛନ୍ତି ପ୍ରବାସୀ ଓଡ଼ିଆ। ସେମାନଙ୍କୁ ଫେରିବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ସରକାର। ସେପଟେ ଘରକୁ ଫେରିବା ପାଇଁ ଦୁଇ ଦିନରେ ପଞ୍ଜୀକରଣ କରିଛନ୍ତି ବିଭିନ୍ନ ରାଜ୍ୟରେ ଥିବା ୪ ଲକ୍ଷ ୮୬ ହଜାର ଓଡ଼ିଆ।
ରାଜ୍ୟକୁ ଫେରିବା ପାଇଁ ୨ ଦିନ ମଧ୍ୟରେ ୪ ଲକ୍ଷ ୮୬ ହଜାର ଲୋକ ପଞ୍ଜୀକରଣ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ‘କରୋନା’ ମୁକାବିଲାକୁ ନେଇ ରାଜ୍ୟ ସରକାର ଗଠନ କରିଥିବା କମିଟିର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ। ବାହାର ରାଜ୍ୟରୁ ଫେରିବାକୁ ଥିବା ଲୋକଙ୍କ ପାଇଁ ପ୍ରତି ପଞ୍ଚାୟତରେ ସମସ୍ତ ସୁବିଧା କରାଯାଇଛି। ଏଥିପାଇଁ ରାଜ୍ୟର ୬୭୯୮ଟି ପଞ୍ଚାୟତର ନୋଡାଲ ଅଫିସରଙ୍କୁ ତାଲିମ ପ୍ରଦାନ କରାଯାଇଥିବା ଶ୍ରୀ ବାଗଚୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।