କରୋନା ନେଲା ଆଉ ୪ ଜୀବନ, ସମସ୍ତେ ପଶ୍ଚିମ ଓଡ଼ିଶାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ୩ ହଜାର ଅତିକ୍ରମ କରିସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଗୋଟିଏ ପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟପଟେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଞ୍ଚିଛି। ଏହି ୪ ମୃତକ ପଶ୍ଚିମ ଓଡ଼ିଶାର । ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ […]

corona

corona

Jitendra Garnayak
  • Published: Saturday, 17 April 2021
  • Updated: 17 April 2021, 01:38 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ୩ ହଜାର ଅତିକ୍ରମ କରିସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଗୋଟିଏ ପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟପଟେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଞ୍ଚିଛି।

ଏହି ୪ ମୃତକ ପଶ୍ଚିମ ଓଡ଼ିଶାର । ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ନୂଆ ମୃତ୍ୟୁ ମାମଲା ସହିତ ବଲାଙ୍ଗିର ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରେ ଯଥାକ୍ରମେ ୨୭, ୩୫ ଓ ୮୦ରେ ପହଞ୍ଚିଛି।

ଏଯାବତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୪୧ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମରେ ୨୫୧, ସୁନ୍ଦରଗଡ଼ରେ ୧୭୪, କଟକରେ ୧୪୨ ଓ ପୁରୀ ଜିଲ୍ଲାରେ ୧୧୯ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଲଗାତାର ଦୁଇ ଦିନ ହେଲା ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ଆସିଥିବା ରିପୋର୍ଟରେ ୩୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିବା ବେଳେ ଆଜି ଆସିଥିବା ରିପୋର୍ଟରେ ୩୧୪୪ ଜଣ ଚିହ୍ନଟ ହୋଇଥିବା କୁହାଯାଇଛି।

ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୯୭, ନୂଆପଡ଼ାରୁ ୩୯୫, ବରଗଡ଼ରୁ ୧୫୬, କଟକରୁ ୧୪୦, ଝାରସୁଗୁଡ଼ାରୁ ୧୧୯, ପୁରୀରୁ ୧୨୯, କେନ୍ଦୁଝରରୁ ୧୨୮ ଓ ସମ୍ବଲପୁରରୁ ୧୪୯ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos