ଭବାନୀପାଟଣା (ରାଜ କୁମାର ସିଂହଦେଓ): ଏନ୍କାଉଣ୍ଟରରେ ୪ ନକ୍ସଲ ସଫା ହୋଇଛନ୍ତି। କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ସିର୍କୀ ଜଙ୍ଗଲରେ ଘଟିଛି। ଏନେଇ କଳାହାଣ୍ଡି ଏସ୍ପି ବି. ଗଙ୍ଗାଧର ସୂଚନା ଦେଇଛନ୍ତି।
ଡୁଦୁକା ରଂଜା ଚିଦ୍ରା ଓ କନ୍ଧମାଳ ବୋର୍ଡର ଭଣ୍ଡ ରଙ୍ଗୀ ନିକଟସ୍ଥ ସିର୍କୀ ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବା ବିଶେଷ ସୂତ୍ରରୁ ଖବର ପାଇ ଏସଓଜି ଓ ଡିଭିଏଫ ଯବାନମାନେ ସର୍ଚ୍ଚ ଅପରେଶନ୍ରେ ଯାଇଥିଲେ। ଯବାନଙ୍କୁ ଦେଖି ନକ୍ସଲମାନେ ପ୍ରଥମେ ଗୁଳି ଚଳାଇଥିଲେ। ଏହାର ଯବାନମାନେ ପାଲଟା ଗୁଳି ଚଳାଇଥିଲେ। ଫଳରେ ଦୀର୍ଘ ସମୟ ଧରି ଘଞ୍ଚ ଜଙ୍ଗଲରେ ଗୁଳି ବିନିମୟ ହୋଇଥିଲା। ଶେଷରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇ ପଳାଇଥିଲେ। ପରେ ପୁଲିସ ଉକ୍ତ ଜଙ୍ଗଲରୁ ୪ ନକ୍ସଲଙ୍କ ମୃତଦେହ ଉଦ୍ଧାର କରିଛି। ଏବେ ମଧ୍ୟ ଉକ୍ତ ଜଙ୍ଗଲରେ ସର୍ଚ୍ଚ ଅପରେଶନ୍ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମୁଝି ରାସ୍ତାରେ ଦୁଇ ବାଇକ୍ ପିଟି ହେଲେ
ଲୋକେ ୩ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।
Crime
ରାସ୍ତାରୁ ଟଙ୍କା ଆଦାୟ କରୁଥିଲେ! ARTO ଓ ଜୁନିୟର MVI ଗିରଫ
ଗିରିଶୋଳା ଗେଟ୍ରୁ ଧରାପଡ଼ିଥିବା ୩ ଦଲାଲଙ୍କୁ ପୁଲିସ୍ ଦୀର୍ଘ ସମୟ ଧରି ଜେରା କରିଥିଲା। ହେଲେ ସେମାନେ ବେଶୀ ସମୟ ଧରି ମିଛକୁ ଚାପି ରଖିପାରିନଥିଲେ। ଭୟରେ ସବୁ କଥା କହି ପକାଇଥିଲେ।