ଝାରସୁଗୁଡା(ଭାଗିରଥୀ ସାହୁ): ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର-- ବେଳପାହାଡ଼ ରେଳ ଲାଇନ ଲଜକୁରା ନିକଟରେ ଆଜି ବିଦ୍ୟୁତ୍ ମରାମତି କାମ ଚାଲିଥିବା ବେଳେ ଦୁର୍ଘଟଣା ଘଟିଛି। ବିଦ୍ୟୁତ୍ ଖୁଣ୍ଟକୁ ଚଢ଼ି କାମ କରୁଥିବା ବେଳେ ସର୍ଟ ସର୍କିଟ ଯୋଗୁ ରେଳ ଠିକା ସଂସ୍ଥାର ୪ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ସୋମ ଚତୁମ୍ବା, ସୋନା ରାମ, ଖାଦାୟତ ପ୍ରଧାନ ଓ ସରଦାର । ତେବେ ସୋମା ଚତୁମ୍ବା ଗୁରୁତର ଆହତ ହୋଇଛନ୍ତି ।
ଆହତ ଅବସ୍ଥାରେ ସମସ୍ତଙ୍କୁ କେନ୍ଦ୍ରୀୟ ହସ୍ପିଟାଲରେ ପ୍ରଥମେ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ଗୁରୁତରଙ୍କୁ ବୁର୍ଲାକୁ ସ୍ଥାନାନ୍ତର କରାଯିବ ବୋଲି କେନ୍ଦ୍ରୀୟ ହସ୍ପିଟାଲର ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି। ରେଳ ପ୍ରଶାସନିକ ଅଧିକାରୀଙ୍କ ଖାମାଖିଆଲି ନୀତି ଯୋଗୁଁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଏନେଇ ରେଲୱେ ବିଭାଗ ବା ରେଲୱେ ଠିକା ସଂସ୍ଥା କାହାରି ପ୍ରତିକ୍ରିୟା ମିଳି ପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଝଲସିବ ହୀରାକୁଦ, ସାତକୋଶିଆ ଓ ବୌଦ୍ଧ ସର୍କିଟ
ରାଜ୍ୟ ପର୍ଯ୍ୟଟନ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ଅଧିକ ପର୍ଯ୍ୟଟନସ୍ଥଳୀକୁ ବିଶ୍ୱର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ କରିବା ପାଇଁ ପଦକ୍ଷେପ ନେବାକୁ ମୋହନ ମାଝୀ ସରକାର ନିଷ୍ପତ୍ତି ନେଇଛନ୍ତି ।
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ
Miscellaneous
‘ଯମୁନା’ ରହୁଥିବା ଏନ୍କ୍ଲୋଜରରେ ଗାଧୋଇଲା ‘ଜିନ୍ନତ’
ଏନ୍କ୍ଲୋଜର ଭିତରକୁ ଗଲା ପରେ ‘ଜିନ୍ନତ’ ପ୍ରଥମେ ଦୌଡ଼ାଦୌଡ଼ି କରିଥିଲା। ତା’ପରେ ଏନ୍କ୍ଲୋଜର ଭିତରେ ଥିବା ପାଣି କୁଣ୍ଡରେ ଗାଧୋଇଥିଲା। ଦୀର୍ଘ ସମୟ ଧରି ସେ ପାଣି କୁଣ୍ଡରେ ପହଁରିଥିବା ଦେଖିବାକୁ ମିଳିଥିଲା।