୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା!

କାମାକ୍ଷାନଗର (ବିଦ୍ୟାଧର ବରାଳ): ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗୁରୁବାର ସନ୍ଧ୍ୟା ବେଳେ ଝିଅଟି ଗାଁ ପାଖ ହାଟକୁ ଯାଇଥିଲା। ହେଲେ ଆଉ ଘରକୁ ଫେରି ନଥିଲା। ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିବା ପରେ ମଧ୍ୟ ଝିଅର […]

rape

Ranjit Kumar Jena
  • Published: Friday, 13 November 2020
  • , Updated: 13 November 2020, 06:40 PM IST

କାମାକ୍ଷାନଗର (ବିଦ୍ୟାଧର ବରାଳ): ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରୁ ଆସିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଗୁରୁବାର ସନ୍ଧ୍ୟା ବେଳେ ଝିଅଟି ଗାଁ ପାଖ ହାଟକୁ ଯାଇଥିଲା। ହେଲେ ଆଉ ଘରକୁ ଫେରି ନଥିଲା। ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିବା ପରେ ମଧ୍ୟ ଝିଅର କୌଣସି ସନ୍ଧାନ ପାଇନଥିଲେ। ଆଜି ସକାଳେ ଝିଅର ମୃତଦେହ ମାରାମ୍ବୁରୁ ନାଳରେ ପଡ଼ି ଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ପରେ ଏନେଇ ପୁଲିସକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଏସଡିପିଓ ସୁପ୍ରସନ୍ନ ମଲ୍ଲିକ, କଙ୍କଡ଼ାହାଡ଼ ଥାନା ଅଧିକାରୀ ଆଶିଷ ଜେନା ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ପୁଲିସ କାହାକୁ ଗିରଫ କରିପାରି ନାହିଁ।

Related story